ରାଜ୍ୟରେ ୪ ଦିନ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା
ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ରାଜ୍ୟରେ ୪ ଦିନ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଆଗାମୀ ୩ଦିନ କୁଆପଥର ବର୍ଷା ହୋଇପାରେ । ୨୪ ଘଣ୍ଟା ପାଇଁ ଝଡ଼ବର୍ଷା ଓ ବଜ୍ରପାତ ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବରଗଡ଼, ସୋନପୁର, ବୌଦ୍ଧ ଓ ଯାଜପୁର। ବର୍ଷା ଓ ବଜ୍ରପାତ ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୨୪ ତାରିଖ ଯାଏ ଚେତାବନୀ ଜାରି ହୋଇଛି । ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲା ଖଜୁରୀପଡାରେ ସର୍ବାଧିକ ୧୨.୬ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ବଲାଙ୍ଗିରରେ ୪୧.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
