୨୭୪ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାକୁ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଓଡ଼ିଶାକୁ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ବିଶାଖାପାଟଣାରୁ ଭୁବନେଶ୍ୱରକୁ ଗଡିଲା ବନେ୍ଦ ଭାରତ । ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍ ରେ ରହିବ । ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ଦେଶର ୧୦ଟି ସ୍ଥାନରେ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ୨୭୪ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କାର୍ୟ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ରାଜ୍ୟପାଳ ଆଚାର୍ୟ୍ୟ ଦେବବ୍ରତ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ।