ଆଗାମୀ ୨୪ ଘଣ୍ଟାରେ ବର୍ଷା !

ଝଡ଼ବର୍ଷା ନେଇ ସତର୍କ ସୂଚନା

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର । ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି । ତେବେ, ଟୁଇନ୍‌ ସିଟିର କଟକରେ ପାଗ ଶୁଖିଲା ରହିବ। କିନ୍ତୁ, ଭୁବନେଶ୍ୱରରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇ ଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।