୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଦାନା ବାନ୍ଧୁଛି ଲଘୁଚାପ

ଦାନା ବାନ୍ଧୁଛି ଲଘୁଚାପ । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ଶୁଖିଲା ପାଗ ରହିଥିବା ବେଳେ ଆଗାମୀ ୩ରୁ ୪ ଦିନ ରାତ୍ରି ତାପମାତ୍ରା ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ । ଏହା ପରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।

Leave a Reply

Your email address will not be published. Required fields are marked *