ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍ । AI କ୍ୟାମେରା ନଜରରେ ରହିବ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ରରେ ରହିବ QR କୋଡ୍ ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଓଡ଼ିଶାର ପ୍ରାୟ ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ପରୀକ୍ଷାକୁ ସ୍ୱଚ୍ଛ ଏବଂ କପିମୁକ୍ତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Leave a Reply

Your email address will not be published. Required fields are marked *