ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଅପରାହ୍ମ ୫ଟାରୁ  ରାତି ୯ଟା ଯାଏଁ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପଦ୍ଧତିରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ ।