ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।