ଆଜି ମହାପ୍ରଭୁଙ୍କ ବନକଲାଗି

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥି ହୋଇଥିବାରୁ ଆଜି ଏହି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ପ୍ରଚଳିତ ସମସ୍ତ ଗୁପ୍ତ ନୀତି ମଧ୍ୟରୁ ଏହା ଅନ୍ଯତମ ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ଦ୍ଵିତୀୟ ଭୋଗ ଉଠିବ ପରେ ଦତ୍ତମହାପାତ୍ର ସମସ୍ତ ଦ୍ରବ୍ଯ ପ୍ରତୁତ କରିଥାନ୍ତି ଯଥା ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗ। ଏହି ସବୁ ଯୋଗାଡ ରାଖୀ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି 4ଘଣ୍ଟା ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ନିଷେଧ।