୮ ମାସରେ ଥାନାରେ ମୋଟ ୧,୩୫,୦୭୪ ମାମଲା
ରାଜ୍ୟରେ ଗତ ୮ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ ମାମଲା ପଞ୍ଜିକୃତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି । ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରାୟତଃ ନିୟନ୍ତ୍ରଣରେ ରହିଛି । ସରକାର ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ପ୍ରତିବଦ୍ଧ ଏବଂ ଯେକୌଣସି ବିଶୃଙ୍ଖଳା ସୃଷ୍ଟି ହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି । ପୋଲିସ କର୍ମଚାରୀମାନେ ତୁରନ୍ତ ହସ୍ତକ୍ଷେପ କରନ୍ତି ଏବଂ ଆଇନ ଅନୁଯାୟୀ ଅପରାଧୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି ବୋଲି କହିଛନ୍ତି ମୋହନ ମାଝୀ ।
