ଅଧାବାଟରେ ଅଟକିଲା ଜଗା ଦର୍ଶନ

ତୀର୍ଥଯାତ୍ରୀ ବସ୍ ଓଲଟି, ୨୫ ଯାତ୍ରୀ ଆହତ

ଅଧାରେ ବାଟରେ ଅଟକିଗଲା ଜଗା ଦର୍ଶନ। ରାସ୍ତାକଡ଼କୁ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍‌ଟି ଓଲଟି ପଡ଼ିବାରୁ ୨୫ରୁ ଅଧିକ ଯାତ୍ରୀ ଆହତ । ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସ୍‌ ତଳେ କିଛି ଯାତ୍ରୀ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ବସ୍‌ଟି କ୍ରେନ ସାହାଯ୍ୟରେ ଉଠାଯାଉଛି।  ସକାଳେ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଭଣ୍ଡାରିପୋଖରୀ ଥାନା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।