ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା

୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା। ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା ଜାରି ରହିବ। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ବରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ବର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଲି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ । କଟକରେ ବି ବିଭିନ୍ ରାସ୍ତା ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ।

Leave a Reply

Your email address will not be published. Required fields are marked *