କେହି ଦଖଲ କରିପାରିବେନି ଆଦିବାସୀଙ୍କ ଜମି
ବିଧାନସଭାରେ ଆଦିବାସୀ ଜମି ହଡପ ପ୍ରସଙ୍ଗ। ଜାତି ଜନଜାତିଙ୍କୁ ନେଇ ପ୍ରଶ୍ନ କରିଥିଲେ ବିଜେପି ବିଧାୟକ ଭାସ୍କର ମଢେଇ। ଆଦିବାସୀଙ୍କ ଜମି ହଡପ କରାଯାଇଛି । ସେହି ଜମିରେ ସରକାରୀ ଅନୁଷ୍ଠାନ ନିର୍ମାଣ କରାଯାଇଛି, କିନ୍ତୁ ଏଠି ନା କାମ କରୁଛି ଆଇନ ନା ହେଉଛି କୌଣସି ସଂଶୋଧନ ଏଭଳି ପ୍ରଶ୍ନ କରିଥିଲେ ଭାସ୍କର ମଢ଼େଇ।
ଏହାର ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଆଇନ ଏବେ ବି କଡାରଡି ରହିଛି , ଆଇନ ସଂଶୋଧନ ରହିଛି । ଭୂସଂସ୍କାର ଆଇନ ୧୯୬୦ ଅନୁସାରେ ଯଦି କେହି ଆଦିବାସୀ ଜମି କିଣନ୍ତି, ତାକୁ ବେଆଇନ ଘୋଷଣା କରି ଉଛେଦ ପ୍ରକ୍ରିୟା ଜରିଆରେ ସମ୍ପୃକ୍ତ ଆଦିବାସୀ ଲୋକଙ୍କୁ ଜମି ଫେରସ୍ତ ନିୟମ ରହିଛି ।ଏହିଭଳି ୬୫୪ ମାମଲା ବିଚାରାଧୀନ ଅଛି । ଯଦି କେହି ଆଦିବାସୀ ଜମି ଦଖଲ କରିଛନ୍ତି, ତାକୁ ବି ବେଆଇନ ଘୋଷଣା କରାଯିବ , ଏପରି ୮୮୧ ମାମଲା ବିଚାରାଧୀନ ଅଛି ସେହିପରି କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବି ବେଆଇନ ଘୋଷଣା କରି ଆଦିବାସୀଙ୍କୁ ଫେରସ୍ତ ହେବ ।
ସେହିପରି ଯଦି ଚଞ୍ଚକତା କରି ଯଦି ଆଦିବାସୀ ଜମି ନିଆଯାଇଥାଏ, । ତାହାର ଆବଶ୍ୟକତାକୁ ବିଚାର କରିବା କ୍ଷମତା ଉପ ଜିଲ୍ଲପାଳଙ୍କୁ ଦିଆଯାଇଛି ଯଦି ବିଚାର ନ ହୁଏ, ଉପ ଜିଲ୍ଲପାଳ ଏହାକୁ ଅସିଦ୍ଧ ଘୋଷଣା କରି ପାରବେ । ଏହିପରି ୧୨ ୨୭୯ ମାମଲା ବିଚାରାଧୀନ ଥିବା ଗୃହକୁ ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୃହରେ ଉତ୍ତର ରଖିଛନ୍ତି । ଏଥିସହ ସେ କହିଛନ୍ତି ନୂଆ ଆର ଆଣ୍ଡ ଆର ପଲିସି ଆସିବ , ୨୦୦୬ ଆର ଆଣ୍ଡ ଆର ସଂଶୋଧନ କରି ୨୦୨୫ରେ ନୂଆ ଆଧୁନିକ ଆର ଆଣ୍ଡ ଆର ପଲିସି ଆଣିବାକୁ ସରକାର ଯୋଜନା କରୁଛନ୍ତି । ଜମି ବଦଳରେ ଜମି ଦେବା ନେଇ ସରକାର ଯୋଜନା କରୁଛନ୍ତି , ଯଦି କୌଣସି ପ୍ରକଳ୍ପ ପାଇଁ ଲୋକଙ୍କ ଜମି ନିଆଯାଉଛି କ୍ଷତିପୂରଣ ପରିବର୍ତ୍ତେ ଅନ୍ୟତ୍ର କିଭଳି ଜମି ଦିଆଯାଇ ପାରିବ ସେ ନେଇ ବ୍ୟବସ୍ଥା କରାଯିବ । ଏହା ଉପରେ ସେ ଆହୁରି ମଧ୍ୟ କହିଛନ୍ତି କନସିଭ ନୁହେଁ ଆମ ସରକାର ଡେଲିଭରି କରିବ ।