ରାଜ୍ୟରେ ଧୀରେଧୀରେ ବଦଳୁଛି ପାଣିପାଗ । ମୌସୁମୀ ଉପକୂଳ ଛୁଇଁଥିଲେ ସୁଦ୍ଧା ବର୍ଷାର ପ୍ରଭାବ ସେତେଟା ନାହିଁ। ମୌସୁମୀ ଜନିତ ବର୍ଷା ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜିଠୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ମତ ରଖିଛି । ସେପଟେ ୨୪ ଘଂଟାରେ ରାଜ୍ୟରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ ହୋଇଥିବା ସୂଚନା ରହିଥିବା ବେଳେ ଆଜି ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଚଳିତ ମାସରେ ଦୁଇଟି ଲଘୁଚାପ ହେବାର ସମ୍ବାବନା ରହିଛି । ୧୮ରୁ ୨୧ ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ଅଧିକ ବର୍ଷା ହେବ । ସେହିପରି ଚତୁର୍ଥ ସପ୍ତାହରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପର ପୁରା ଚିତ୍ର ଆଗାମୀ ସମୟରେ ସ୍ପଷ୍ଟ ହେବ ।