ଦେଶରେ ଆଉ ୨ ଏଚଏମପିଭି ପଜିଟିଭି ଚିହ୍ନଟ
ଦେଶରେ ଆଉ ୨ ଏଚଏମପିଭି ପଜିଟିଭି ଚିହ୍ନଟ । କର୍ଣ୍ଣାଟକ, ଗୁଜରାଟ, ତାମିଲନାଡୁ ପରେ ମହାରାଷ୍ଟ୍ରରେ ଏଚ୍ଏମ୍ପି ଭାଇରସ୍ ଚିହ୍ନଟ । ନାଗପୁରରେ ୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୭ ବର୍ଷର ଓ ଆଉ ଜଣେ ୧୩ ବର୍ଷର ପିଲା ରହିଛନ୍ତି । ଉଭୟ ଜ୍ୱର, କାଶରେ ପୀଡିତ ଅଛନ୍ତି । ଏହାପରେ ମହାରାଷ୍ଟ୍ର ସରକାର ଏଚ୍ଏମ୍ପି ଭୂତାଣୁକୁ ନେଇ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୭ ଜଣ ଏହି ଭୂତାଣୁର ଶିକାର ହୋଇଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର କହିଛନ୍ତି ଯେ ମାମଲା ବୃଦ୍ଧି କୋଭିଡ ପରି ପରିସ୍ଥିତି ସୃଷ୍ଟି କରିବ ନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ସୋମବାର ଏକ ଭିଡିଓ ଜାରି କରି କହିଛନ୍ତି ଯେ, ଏଚଏମପିଭି ଜୀବାଣୁ ନୂଆ ନୁହେଁ ଏବଂ ଅନେକ ସ୍ୱାସ୍ଥ୍ୟ ବିଶେଷଜ୍ଞ ସ୍ପଷ୍ଟ କରିଛନ୍ତି ଯେ ଏହି ଜୀବାଣୁ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା ଏବଂ ଏହା ପରଠାରୁ ଏହା ସମଗ୍ର ବିଶ୍ୱରେ ବ୍ୟାପିଛି।