ଦାମୋଦର ରାଉତଙ୍କ ବ୍ରେନ ଡେଡ୍ ହୋଇଥିବା ସୂଚନା
ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ । ବ୍ରେନ ଡେଡ୍ ହୋଇଥିବା ନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ ଗତ ୧୮ ତାରିଖରେ ଦାମୋଦର ରାଉତଙ୍କର ହୃଦଘାତ ହୋଇଥିଲା । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ନେବା ବାଟରେ ତାଙ୍କର ପୁଣି ଥରେ ହୃଦଘାତ ହୋଇଥିଲା । ତେବେ ସେଠାରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ CPR ଦେଇନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି । କ୍ୟାପିଟାଲ ହସ୍ପିଟାଲ ପାଇଁ ଏଭଳି ଅବସ୍ଥା ହେଲା କହିଲେ ସମ୍ବିତ । ସିପିଆର ନଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିବା ସେ କହିଛନ୍ତି ।