ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି

ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ଗୃହମନ୍ତ୍ରୀ

ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି। ଆସନ୍ତା ୧୫ ତାରିଖରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ। ୧୬ ତାରିଖରେ ଓଡ଼ିଶା ବିଧାନସଭାରେ ଆୟୋଜିତ ହେବାକୁ ଥିବା ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ଉପରାଷ୍ଟ୍ରପତି। ନୂଆ କରି ନିର୍ବାଚିତ ହୋଇଥିବା ବିଧାୟକମାନଙ୍କୁ ନେଇ ହେବ ପ୍ରଶିକ୍ଷଣ କାର୍ଯକ୍ରମ। ତେବେ ଉପରାଷ୍ଟ୍ରପତିଙ୍କ ଏହି ଗସ୍ତ ଓ ନବନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ନେଇ ରାଜନୈତିକ ମହଲରେ ରହିଛି ଉତ୍ସାହ।

ଗୃହମନ୍ତ୍ରୀ ଅମିତ ଶାହ। ମଧ୍ୟ ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ।। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ ଗୃହମନ୍ତ୍ରୀଙ୍କ ଏହି ସମ୍ଭାବ୍ୟ ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।

Leave a Reply

Your email address will not be published. Required fields are marked *