ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା

ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୨୦୧୪ରୁ ୨୦୧୬ ମସିହା ପର୍ଯ୍ୟନ୍ତ ଯୁବ କଂଗ୍ରେସ ସଭାପତି ଥିଲେ ରଜତ ଚୌଧୁରୀ । ପରେ ତାଙ୍କୁ ପିସିସି ସାଧାରଣ ସଂପାଦକ ପଦ ମିଳିଥିଲା କଂଗ୍ରେସ ଛାଡ଼ିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି।