ଉପରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ।  ଉପରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ ।  ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ ।  ୨୨ ଅଗଷ୍ଟରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ।ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ୨୫ ଅଗଷ୍ଟ ।  ୯ ସେପ୍ଟମ୍ବର ସକାଳ୧୦ରୁ ଅପରାହ୍ଣ ୫ ଯାଏ ଭୋଟିଂ ହେବ ।  ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଇଲେକ୍ଟୋରାଲ କଲେଜ ସଂଖ୍ୟା ୭୮୮ ।  ଇଲେକ୍ଟୋରାଲ କଲେଜରେ ଅଛନ୍ତି ରାଜ୍ୟସଭାର ୨୩୩ ନିର୍ବାଚିତ ସଦସ୍ୟ ଓ ୧୨ ମନୋନିତ ସଦସ୍ୟ ଏବଂ ୫୪୩ ଲୋକସଭାର ନିର୍ବାଚିତ ସଦସ୍ୟ ।କିନ୍ତୁ ରାଜ୍ୟସଭାରେ ୫ ଓ ଲୋକସଭାରେ ଗୋଟିଏ ଆସନ ଖାଲି ପଡିଛି  ତେଣୁ ଭୋଟ ଦେବେ ୭୮୨ ଜଣ ।  ୨୧ ତାରିଖରେ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ ।  ୨୨ ତାରିଖରେ ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିଥିଲେ ।  ଏହା ପରେ ଖାଲି ପଡିଛି ଦେଶର ଦ୍ବିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ।  ୯ ତାରିଖରେ ଦେଶକୁ ମିଳିବ ନୂଆ ଉପରାଷ୍ଟ୍ରପତି ।