ଭିଜିଲାନ୍ସ ଜାଲରେ ବିଡିଓ

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

ଭିଜିଲାନ୍ସ ଜାଲରେ ବିଡିଓ । କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଦୀପଙ୍କ ଘରେ ରେଡ୍ କରୁଛି । ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି । ୬ ଜଣ ଡିଏସପିଙ୍କ ନେତୃତ୍ବରେ ୬ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

Leave a Reply

Your email address will not be published. Required fields are marked *