ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ରେଡ୍
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର ଓ ୫ ଏସଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି।