‘୫ ବର୍ଷରେ ୫ ଲକ୍ଷ କୋଟିର ପୁଞ୍ଜି ନିବେଶ ଲକ୍ଷ୍ୟ’
ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଯିବା ପୂର୍ବରୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି। ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ ଓ ପେଟ୍ରୋ କେମିକାଲ ଆଦି କ୍ଷେତ୍ର ଉପରେ ପ୍ରାଧାନ୍ୟ ରହିଛି । ଏସବୁ କ୍ଷେତ୍ରରେ ଦେଶ ବିଦେଶର ଉଦ୍ୟୋଗୀଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦିଆଯିବ। କିଛି ଉଦ୍ୟୋଗୀ ଏହା ଭିତରେ ଆଲୋଚନା କରିସାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ଆଉ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ଶହେ ଦିନ ଭିତରେ ରାଜ୍ୟକୁ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ୨୦୨୫ ଜାନୁଆରୀରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ ହେବ। ଯାହା ଜାନୁଆରୀ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଚାଲିବ।