ଆଜି ଓ କାଲି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା
ରାଜ୍ୟରେ ଆଉ ୨ ଦିନ ଲାଗିରହିବ କୋହଲା ପାଗ । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୬ରୁ ପାଗରେ ପରିବର୍ତ୍ତନ ଆସିବ । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଲାଗି ରହିଛି । ଆଜି ସକାଳୁ ମଧ୍ୟ କୋହଲା ପାଗ ସାଙ୍ଗକୁ ଟୁଇନ ସିଟି ଭୁବନେଶ୍ୱର ଓ କଟକ ହାଲୁକା ବର୍ଷା ହୋଇଛି । ଉତ୍ତର ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଲାଗି ରହିବ କୋହଲା ପାଗ । ଫଳରେ ରାତିର ତାପମାତ୍ରା ଖସିବ । ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ତାରତମ୍ୟ କମ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଛି । ତେବେ ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।