ଆଜି ବସିବ ସର୍ବଦଳୀୟ ବୈଠକ
କାଲିଠୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହ କରିବା ଲାଗି ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବା ଲାଗି ସେହିଦିନ ବିରୋଧୀ ଦଳ ବିଜେଡିର ବସିବ ବିଧାୟକ ଦଳ ବୈଠକ ।
ବିଧାନସଭା ଅଧିବେଶନ ପୂର୍ବରୁ ବସିବ ବିଜେଡିର ବିଧାୟକ ଦଳ ବୈଠକ । ଏନେଇ ଗତକାଲି ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବଙ୍କ ଘରେ ବସିଥିଲା ବିଜେଡିର ବରିଷ୍ଠ ନେତାଙ୍କ ବୈଠକ । ବୈଠକରେ ବିଜେଡିର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଅରୁଣ ସାହୁ ପ୍ରମୁଖ ସାମିଲ ହୋଇଥିଲେ । ଆସନ୍ତା ଅଧିବେଶନରେ ଦଳ କେଉଁ ପ୍ରସଙ୍ଗ ଉପରେ ଅଧିକ ଗୁରୁତ୍ୱ ଦେବ ସେନେଇ ଆଲୋଚନା ହୋଇଛି । ଏ ବାବଦରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଅବଗତ କରାଯିବ ।
