୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ୨୮ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
