ଫେରିଯିବ ମୌସୁମୀ

୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି । ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ସୋମବାର ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କାରଣରୁ ଓଡ଼ିଶାରୁ ମଧ୍ୟ ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି । ତେବେ, ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଥିବା ବେଳେ ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି ।