ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼
ହାଇଟେକ୍ ବିସ୍ଫୋରଣରେ 3 ଜଣଙ୍କ ମୃତ୍ୟୁକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼ କରିଛି ଛାତ୍ର କଂଗ୍ରେସ । ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି । ରାଲିରେ ଆସି ଆନ୍ଦୋଳନ କରିବା ସହ ଭୁବନେଶ୍ୱର ସରକାରୀ ଘର ଉପରକୁ ଅଣ୍ଡା ମାଡ଼ କରିଛି ଛାତ୍ର କଂଗ୍ରେସ । ୯୫ ପ୍ରତିଶତ ଗ୍ୟାରେଣ୍ଟି ଦେଇ ଯେଉଁ ଦିଲୀପ ସାମନ୍ତରାୟଙ୍କୁ ଜୀବିତ ବୋଲି ଦର୍ଶାଇଥିଲା ମେଡିକାଲ୍, ୨୪ ଘଣ୍ଟା ଭିତରେ ସେହି ଦିଲୀପଙ୍କ ମୃତ୍ୟୁ ହୋଇଥିବା କହିବା ପରେ ବଢ଼ିଛି ବିବାଦ । ଆଉ ଆଜି ସେହି ଘଟଣାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼ କରିଛି ଛାତ୍ର କଂଗ୍ରେସ । କ୍ରମାଗତ ଗୋଟିଏ ପରେ ଗୋଟିଏ ଦାୟିତ୍ୱହୀନ କାର୍ଯ୍ୟ ପାଇଁ ଦିଲୀପଙ୍କ ମା’ ଥାନାରେ ଏତଲା ଦେଇଥିବାବେଳେ କାଠଗଡ଼ାରେ ଛିଡ଼ା ହୋଇଛନ୍ତି ହାଇଟେକ୍ ମେଡିକାଲ କର୍ତ୍ତୃପକ୍ଷ ।
