ସବୁ ପ୍ରତୀକ୍ଷାର ଅନ୍ତ, ଇତିହାସ ରଚିଲା ଭାରତ

ଚନ୍ଦ୍ରରେ ପାଦ ଥାପିଲା ଭାରତ, ସଫଳ ହେଲା ମୁନ୍ ମିଶନ

ସବୁ ପ୍ରତୀକ୍ଷାର ଅନ୍ତ । ଇସ୍ରୋ ବୈଜ୍ଞାନିକଙ୍କ ସବୁ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ ଏବେ ଇସ୍ରୋର ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ ସଫଳତାପୂର୍ବକ ଚନ୍ଦ୍ରରେ ଅବତରଣ କରିଛି । ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୩ ସଫଳତାର ସହ ଅବତରଣ କରିବା ପରେ ଏବେ ଚନ୍ଦ୍ରରେ ଥିବା ସମସ୍ତ ଗୁପ୍ତ ରହସ୍ୟ ଉନ୍ମୋଚନ ହେବ ବୋଲି ଆଶା କରାଯାଉଛି । ଚନ୍ଦ୍ରର ମାଟି, ଜଳ ଓ ଜୀବନର ସନ୍ଧାନ କରିବାରେ ବୈଜ୍ଞାନିକମାନଙ୍କୁ ଏବେ ସହଜ ହେବ । ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଥିବା ସମସ୍ତ ରହସ୍ୟକୁ ଉନ୍ମୋଚନ କରିବା ସହ ଏହାର ତଥ୍ୟ ଭାରତକୁ ପ୍ରଦାନ କରିବ ।