ସଫଳତାର ଗୋଟିଏ ପାହାଞ୍ଚ ଚଢିଲା ଇସ୍ରୋ
ପ୍ରଥମ କକ୍ଷପଥ ପରିବର୍ତ୍ତନ କରିଛି ଆଦିତ୍ୟ-ଏଲ୍-୧ । ଦିନ ୧୧ଟା ୪୦ରେ ଆଦିତ୍ୟ-ଏଲ୍-୧ର କକ୍ଷପଥ ପରିବର୍ତ୍ତନ ହୋଇଛି । ଏନେଇ ଇସ୍ରୋ ପକ୍ଷରୁ ଏକ୍ସ ମାଧ୍ୟମରେ ସୂଚନା ଦିଆଯାଇଛି । ଇସ୍ରୋ ପକ୍ଷରୁ କୁହାଯାଇଛି, ଆଦିତ୍ୟ ଯାନ ଠିକ୍ ଭାବେ କାମ କରୁଛି । ପୃଥିବୀର କକ୍ଷପଥରେ ୧୬ ଦିନ ଧରି ଘୂରିବ ଆଦିତ୍ୟ-ଏଲ୍-୧ । ଏହି ସମୟରେ ୫ ଥର ତାର କକ୍ଷପଥ ବଦଳାଯିବ । ପରବର୍ତ୍ତୀ କକ୍ଷପଥ ପରିବର୍ତ୍ତନ ମଙ୍ଗଳବାର ରାତି ୩ଟାରେ ହେବ । ଆଦିତ୍ୟ ଏଲ-ୱାନକୁ ଶନିବାର ଶ୍ରୀହରିକୋଟାର ସତୀଶ ଧୱନ କେନ୍ଦ୍ରରୁ ଉତକ୍ଷେପଣ କରାଯାଇଥିଲା । ୬୩ ମିନିଟର ପ୍ରକ୍ରିୟା ପରେ କକ୍ଷପଥରେ ସ୍ଥାପିତ ହୋଇଥିଲା ଆଦିତ୍ୟ ଯାନ ।