ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ: ମୋହନ ମାଝୀ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । କାର୍ଗିଲ୍ ବିଜୟ ଦିବସରେ ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ସ୍ଥାୟୀ ନିଯୁକ୍ତି ପାଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ନେଇ ୧୦ ପ୍ରତିଶତ ପର୍ୟ୍ୟନ୍ତ ସଂରକ୍ଷଣ ଦିଆଯିବ । ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ । ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି । ଅଗ୍ନିବୀର ଯୋଜନା ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି । ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡ଼ିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଓ ଛତିଶଗଡ଼ ପରେ ପୂର୍ବତନ ସେନା ଅଧିକାରୀଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଛି ଓଡ଼ିଶା ।

Leave a Reply

Your email address will not be published. Required fields are marked *